ଶିବଦୁର୍ଗାଚଣ୍ଡୀ ମନ୍ଦୀର ରେ ଉଠିଲା ମହା ଶିବରାତ୍ରୀ ଦୀପ |

ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍‌ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।
ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର ‘ମାଘସ୍ନାନ’ ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ । ପୁରାଣର ଅନ୍ୟଏକ ଆଖ୍ୟାନ ଅନୁସାରେ, ଦେବ ଓ ଅସୁରମାନଙ୍କଦ୍ୱାରା ସମୁଦ୍ର ମନ୍ଥନ ସମୟରେ ସେଥିରୁ ବାହାରିଥିବା ସମସ୍ତ ବିଷକୁ ଶିବ ପାନକରି ଧରାକୁ ଏକ ଆସନ୍ନ ବିପଦରୁ ଉଦ୍ଧାର କରିଥିଲେ । ଏହି ବିଷକୁ ପାନ କରିବା ପରେ ବିଷର ଜ୍ୱାଳାରେ ସେ ମୂର୍ଚ୍ଛା ହୋଇଯାଇଥିଲେ । ତାଙ୍କର ସଂଜ୍ଞା ନ ଫେରିବା ପର୍ଯ୍ୟନ୍ତ ଦେବଗଣ ଓ ଶୈବବୃନ୍ଦ ଅଖଣ୍ଡ ପ୍ରଦୀପ ଜାଳି ଉଜାଗରରେ ବସିଥିଲେ । ସେହିଦିନକୁ ମନେପକାଇ ଶ୍ରଦ୍ଧାଳୁମାନେ ମହାଶିବରାତ୍ରି ପାଳନ କରିଥାନ୍ତି । ଫାଲଗୁନ କୃଷ୍ଣ ଚତୁର୍ଦ୍ଦଶୀ ଦିନ ଶିବ ଲିଙ୍ଗ ଭାବରେ ଆବିର୍ଭୂତ ହୋଇଥିବାରୁ ପ୍ରତିବର୍ଷ ଏହି ଦିନକୁ ମହାଶିବରାତ୍ରି ଭାବରେ ପାଳନ କରାଯାଏ ।

Leave a Reply

Your email address will not be published. Required fields are marked *

error: Content is protected !!