ଟିଟିଲାଗଡ ରୁ ଓଡ଼ିଶା ବ୍ୟୁରୋ ମୁଖ୍ୟ ସନ୍ତୋଷ କୁମାର ପଟ୍ଟନାୟକ ଙ୍କ ସହିତ ବଲାଙ୍ଗିର ରୁ ମୁନା ଗୌଡ଼ ଙ୍କ ରିପୋର୍ଟ୍ ଶ୍ରୀ କ୍ଷେତ୍ର ଲାଇଭ

ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ପକ୍ଷରୁ ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଓ ହସପିଟାଲ ଅଡିଟୋରିୟମଠାରେ ଆନ୍ତର୍ଜାତୀୟ ମହିଳା ଦିବସ ଅତ୍ୟନ୍ତ ଆଡମ୍ବର ସହକାରେ ପାଳିତ ହୋଇଯାଇଛି । ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାରଙ୍କ ସଭାପତିତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ମାନ୍ୟବର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଡାଃ. ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ଥିଲେ । ଟିଟିଲାଗଡ ବିଧାୟକ ନବୀନ କୁମାର ଜୈନ, ସାଂସଦଙ୍କ ପ୍ରତିନିଧି ଦିନେଶ ଶର୍ମା, ଅତିରିକ୍ତ ଜିଲ୍ଲାପାଳ ଡାଃ. ବିଜୟାନନ୍ଦ ସେଠୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତରଣୀ ସୁନା, ଟିଟିଲାଗଡ କାର୍ଯ୍ୟ ନୀର୍ବହି ଅଧିକାରୀ ଚନ୍ଦନ ଶତପଥୀ

ସିଡିଏମଓ ପୁଷ୍ପାଞ୍ଜଳି ମିଶ୍ର ଏବଂ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳି ଶତପଥି କାର୍ଯ୍ୟକ୍ରମରେ ମଞ୍ଚାସୀନ ଥିଲେ । ଅତିଥିମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଵଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା।

ମୁଖ୍ୟ ଅତିଥି ନିଜ ଅଭିଭାଷଣରେ ଦେଶ ଗଠନରେ ମହିଳାମାନଙ୍କ ଅବଦାନକୁ ପ୍ରଶଂସା କରି କହିଥିଲେ ଯେ, “ନାରୀ ଶକ୍ତିର ସଶକ୍ତିକରଣ ହିଁ ଏକ ସମୃଦ୍ଧ ସମାଜର ପ୍ରକୃତ ମୂଳଦୁଆ” । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ‘ସୁଭଦ୍ରା’ ର ଚତୁର୍ଥ କିସ୍ତି ମହିଳା ହିତାଧିକାରୀଙ୍କୁ ପ୍ରଦାନ କରାଯାଇଛି । ଏହି ସୁଭଦ୍ରା ଯୋଜନା ମହିଳାମନଙ୍କୁ ସ୍ଵାବଲମ୍ବୀ ଓ ସଶକ୍ତ କରୁଛି । ଏହି ଯୋଜନା ଦ୍ଵାରା ମହିଳାମାନେ ରାଜ୍ୟର ଅର୍ଥନୀତି ବୃଦ୍ଧିରେ ସହାୟକ ହୋଇପାରୁଛନ୍ତି ବୋଲି ସେ କହିଥିଲେ ।
ଏହି କାର୍ଯ୍ୟକ୍ରମ ରେ ସୁଭଦ୍ରା ଦିଦି , ଜିଲ୍ଲା ସମାଜ ମଙ୍ଗଳ ବିଭାଗର ସମସ୍ତ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ସମଗ୍ର କାର୍ଯ୍ୟକ୍ରମଟି ନାରୀ ଶକ୍ତିର ଜୟଗାନ ଏବଂ ଏକ ନୂତନ ସଂକଳ୍ପର ବାର୍ତ୍ତା ସହ ସଫଳତା ପୂର୍ବକ ସମାପ୍ତ ହୋଇଛି।

