ଗ୍ରୀଷ୍ମ ଆରମ୍ଭରୁ ତାତି ଅସମ୍ଭାଳ; ଚଳିତ ବର୍ଷ ପ୍ରଥମ ଥର ପାଇଁ ୪୦ ଡ଼ିଗ୍ରୀ ଟପିଲା ତାପମାତ୍ରା |

ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଅତିକ୍ରମ କରିଛି। ପଶ୍ଚିମ ଓଡ଼ିଶାର ଶିଳ୍ପ ସହର ଝାରସୁଗୁଡ଼ା ଏବେ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଚଳିତ ସିଜନରେ ପ୍ରଥମ ଥର ପାଇଁ ରାଜ୍ୟର ପାରଦ ୪୦ ଡିଗ୍ରୀ ଅତିକ୍ରମ କରିଛି। ୪୦.୮ ଡିଗ୍ରୀ ସହ ଝାରସୁଗୁଡ଼ା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ ରେକର୍ଡ ହୋଇଥିବା ବେଳେ ହୀରାକୁଦରେ ତାପମାତ୍ରା ୩୯.୨ ଡିଗ୍ରୀ ରହିଛି।ସେହିପରି ସମ୍ବଲପୁର ଓ ସୁନ୍ଦରଗଡ଼ରେ ପାରଦ ୩୯ ଡିଗ୍ରୀ ଛୁଇଁଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ୩୮.୬ ଡିଗ୍ରୀ ଏବଂ କଟକରେ ୩୫.୬ ଡିଗ୍ରୀ ତାପମାତ୍ରା ଅନୁଭୂତ ହୋଇଛି। ରାଜ୍ୟର ପ୍ରାୟ ୨୫ଟି ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିବା ବେଳେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପାରଦ ଆହୁରି ୨ ରୁ ୩ ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *

error: Content is protected !!