୨୭ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୦୫/୦୪: ପ୍ରବଳ ଖରା ପରେ ବଦଳିଲା ପାଗର ମିଜାଜ୍। ଟ୍ବିନ୍‌ ସିଟି ଆକାଶରେ କଳାହାଣ୍ଡିଆ ମେଘ ସହ କିଛି ସ୍ଥାନରେ ସ୍ବଳ୍ପ ବର୍ଷା ଲାଗି ରହିଛି। ଉଭୟ କଟକ ଓ ଭୁବନେଶ୍ବରରେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଆଗାମୀ ୭ ଦିନ ପର୍ଯ୍ୟନ୍ତ ଟ୍ୱିନ ସିଟିରେ ଏପରି ଅନୁରୂପ ପାଗ ରହିବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।ଆସନ୍ତା ୨୪ ଘଣ୍ଟା ପାଇଁ ୨୭ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଜିଲ୍ଲା ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ବରଗଡ଼, ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଢେଙ୍କାନାଳ, ଯାଜପୁର, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ନୟାଗଡ଼ରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଘଣ୍ଟା ପ୍ରତି ପବନର ବେଗ ୫୦ରୁ ୬୦ କିମି ରହିପାରେ। ଆଗାମୀ ୯ ତାରିଖ ଯାଏଁ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *

error: Content is protected !!