କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, |

ରାୟଗଡା/କଲ୍ୟାଣସିଂହପୁର/୨୨।୫/ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି। ଲ୍ୟାମ୍ପର ମ୍ୟାନେଜିଂ ଡାଇରେକ୍ଟର ତାରିଣୀ ତ୍ରିପାଠୀଙ୍କ ଜିଲୁଣ୍ଡା ସ୍ଥିତ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ପୂର୍ବରୁ ବିଭାଗୀୟ ତଦନ୍ତରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତାର ଅଭିଯୋଗ ସାମ୍ନାକୁ ଆସିଥିଲା।
ସୂଚନା ଅନୁସାରେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତିର ମ୍ୟାନେଜିଂ ଡାଇରେକ୍ଟର ତାରିଣୀ ତ୍ରିପାଠୀଙ୍କ ଜିଲୁଣ୍ଡା ସ୍ଥିତ ଘରେ ଛଅ ଜଣିଆ ଭିଜିଲାନ୍ସ ଟିମ୍ ଚଢ଼ାଉ କରି ତଦନ୍ତ ଆରମ୍ଭ କରିଛି। ପୂର୍ବରୁ ଲ୍ୟାମ୍ପରେ ବ୍ୟାପକ ଅର୍ଥ ହେରଫେର ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ବିଭାଗୀୟ ତଦନ୍ତ ରିପୋର୍ଟ ଅନୁଯାୟୀ, ୩୩ ଜଣ ଚାଷୀଙ୍କ ଅଜାଣତରେ ୨୮ ଲକ୍ଷ ୨୯ ହଜାର ଟଙ୍କା ଉଠାଯାଇଥିବା ଏବଂ ନିଜ ପରିବାର ସଦସ୍ୟଙ୍କ ନାମରେ ୭୫ ଲକ୍ଷ ଟଙ୍କାରୁ ଅଧିକ ଅର୍ଥ ହଡପ କରାଯାଇଥିବା ଉଲ୍ଲେଖ ରହିଛି।
ସେହିପରି MD ତ୍ରିପାଠୀଙ୍କ ମିନି ବ୍ୟାଙ୍କ ଆକାଉଣ୍ଟରୁ ୨୮ ଲକ୍ଷ ୨୯ ହଜାର ଟଙ୍କା, ଭାଇଙ୍କ ନାମରେ ୧୪ ଲକ୍ଷ ୨୧ ହଜାର, ବାପାଙ୍କ ନାମରେ ୩ ଲକ୍ଷ ୬୫ ହଜାର, ସ୍ତ୍ରୀ ଓ ଅନ୍ୟ ସମ୍ପର୍କୀୟଙ୍କ ନାମରେ ୬ ଲକ୍ଷ ୬୫ ହଜାର ଏବଂ ନିଜ ନାମରେ ୨୨ ଲକ୍ଷ ଟଙ୍କା ହିସାବ ରକ୍ଷକଙ୍କ ଅଜାଣତରେ ବ୍ୟାଙ୍କରୁ ଉଠାଯାଇଥିବା ବିଭାଗୀୟ ତଦନ୍ତରୁ ଜଣାପଡ଼ିଛି।
ଘଟଣାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ବଢ଼ିଥିବା ବେଳେ ଭିଜିଲାନ୍ସ ବିଭାଗ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି।ରାୟଗଡା ରୁ ଦେବୀପ୍ରସାଦ ମହାନ୍ତି ଙ୍କ ରିପୋର୍ଟ ଶ୍ରୀକ୍ଷେତ୍ର ଲାଇଭ l

Leave a Reply

Your email address will not be published. Required fields are marked *

error: Content is protected !!